୨ ତୀମଥି 4

ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି।

2 Timothy 4:12 (UKJV) And Tychicus have I sent to Ephesus.

10କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି।

11କେବଳ ଲୂକ ମୋ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ।

12ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି।

13ତ୍ରୋୟା ସହରରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକଗୁଡ଼ିକ, ବିଶେଷତଃ ଚର୍ମପୁସ୍ତକଗୁଡ଼ିକ ଆଣିବ।

14କଂସାରି ଆଲେକ୍‌ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାକୁ ପ୍ରତିଫଳ ଦେବେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.