13ତ୍ରୋୟା ସହରରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକଗୁଡ଼ିକ, ବିଶେଷତଃ ଚର୍ମପୁସ୍ତକଗୁଡ଼ିକ ଆଣିବ।
14କଂସାରି ଆଲେକ୍ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାକୁ ପ୍ରତିଫଳ ଦେବେ;
15ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା।
16ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।
17କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;