14କଂସାରି ଆଲେକ୍ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାକୁ ପ୍ରତିଫଳ ଦେବେ;
15ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା।
16ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।
17କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;
18ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍।