16ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।
17କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;
18ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍।
19ପ୍ରୀସ୍କା ଓ ଆକ୍ୱିଲା ପୁଣି, ଅନୀସିଫରଙ୍କ ପରିବାରକୁ ମୋହର ନମସ୍କାର ଜଣାଅ।
20ଏରାଷ୍ଟ କରିନ୍ଥ ସହରରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତ ସହରରେ ଛାଡ଼ିଦେଇ ଆସିଅଛି।