୨ ତୀମଥି 4

ପ୍ରୀସ୍କା ଓ ଆକ୍ୱିଲା ପୁଣି, ଅନୀସିଫରଙ୍କ ପରିବାରକୁ ମୋହର ନମସ୍କାର ଜଣାଅ।

2 Timothy 4:19 (UKJV) Salute Prisca and Aquila, and the household of Onesiphorus.

17କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;

18ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍‍।

19ପ୍ରୀସ୍କା ଓ ଆକ୍ୱିଲା ପୁଣି, ଅନୀସିଫରଙ୍କ ପରିବାରକୁ ମୋହର ନମସ୍କାର ଜଣାଅ।

20ଏରାଷ୍ଟ କରିନ୍ଥ ସହରରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତ ସହରରେ ଛାଡ଼ିଦେଇ ଆସିଅଛି।

21ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର। ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.