18ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍।
19ପ୍ରୀସ୍କା ଓ ଆକ୍ୱିଲା ପୁଣି, ଅନୀସିଫରଙ୍କ ପରିବାରକୁ ମୋହର ନମସ୍କାର ଜଣାଅ।
20ଏରାଷ୍ଟ କରିନ୍ଥ ସହରରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତ ସହରରେ ଛାଡ଼ିଦେଇ ଆସିଅଛି।
21ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର। ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।
22ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।