୨ ତୀମଥି 4

କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,

2 Timothy 4:3 (UKJV) For the time will come when they will not endure sound doctrine; but after their own lusts shall they heap to themselves teachers, having itching ears;

1ମୁଁ ଈଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,

2ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।

3କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,

4ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ।

5କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର, କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.