3କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
4ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ।
5କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର, କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର।
6କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।
7ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;