5କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର, କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର।
6କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।
7ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;
8ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
9ଶୀଘ୍ର ମୋ ନିକଟକୁ ଆସିବାକୁ ଚେଷ୍ଟା କର;