୩ ଯୋହନ 1

ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।

10ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି।

11ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ବରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ବରଙ୍କୁ ଦର୍ଶନ କରି ନାହିଁ।

12ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।

13ତୁମ୍ଭ ନିକଟକୁ ମୋହର ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଳି ଓ କଲମରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ।

14ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.