1ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।
2ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।
3କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି।
4ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋହର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।