୩ ଯୋହନ 1

ଯେଣୁ ସେମାନେ ଅଣଯିହୁଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି।

5ପ୍ରିୟ ବନ୍ଧୁ, ତୁମ୍ଭେ ଆପଣା ଭ୍ରାତୃଗଣ ପ୍ରତି ଏବଂ ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ୱସ୍ତ ଭାବରେ କରୁଅଛ।

6ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ବରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ,

7ଯେଣୁ ସେମାନେ ଅଣଯିହୁଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି।

8ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକର୍ମୀ ହୋଇପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ।

9ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.