7ଯେଣୁ ସେମାନେ ଅଣଯିହୁଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି।
8ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକର୍ମୀ ହୋଇପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ।
9ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ।
10ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି।
11ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ବରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ବରଙ୍କୁ ଦର୍ଶନ କରି ନାହିଁ।