ପ୍ରେରିତ 1

ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମ ସହରକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା।

Acts 1:12 (UKJV) Then returned they unto Jerusalem from the mount called Olivet, which is from Jerusalem a sabbath day's journey.

10ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,

11ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।

12ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମ ସହରକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା।

13ସେମାନେ, ଅର୍ଥାତ୍‍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ଉଦ୍‌ଯୋଗୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।

14ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.