ପ୍ରେରିତ 1

କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା।

Acts 1:17 (UKJV) For he was numbered with us, and had obtained part of this ministry.

15ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),

16ମୋହର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;

17କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା।

18ଏହି ଲୋକ (ଯିହୂଦା) ଅଧର୍ମର ମୂଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;

19ଆଉ, ଏହା ଯିରୂଶାଲମ ସହରରେ ବାସ କରୁଥିବା ସମସ୍ତ ଲୋକ ଜାଣିବାରୁ, ସେହି କ୍ଷେତ ସେମାନଙ୍କ ନିଜ ଭାଷାରେ “ହକଲ୍‌ଦମା”, ଅର୍ଥାତ୍‍ ରକ୍ତକ୍ଷେତ୍ର ବୋଲି ଖ୍ୟାତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.