17କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା।
18ଏହି ଲୋକ (ଯିହୂଦା) ଅଧର୍ମର ମୂଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;
19ଆଉ, ଏହା ଯିରୂଶାଲମ ସହରରେ ବାସ କରୁଥିବା ସମସ୍ତ ଲୋକ ଜାଣିବାରୁ, ସେହି କ୍ଷେତ ସେମାନଙ୍କ ନିଜ ଭାଷାରେ “ହକଲ୍ଦମା”, ଅର୍ଥାତ୍ ରକ୍ତକ୍ଷେତ୍ର ବୋଲି ଖ୍ୟାତ ହେଲା।
20ଆଉ, ଗୀତସଂହିତା ପୁସ୍ତକରେ ଲେଖାଅଛି, “‘ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ।’ ଏବଂ, ‘ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ।’
21ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ,