ପ୍ରେରିତ 1

ଆଉ, ଗୀତସଂହିତା ପୁସ୍ତକରେ ଲେଖାଅଛି, “‘ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ।’ ଏବଂ, ‘ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ।’

Acts 1:20 (UKJV) For it is written in the book of Psalms, Let his habitation be desolate, and let no man dwell therein: and his bishoprick let another take.

18ଏହି ଲୋକ (ଯିହୂଦା) ଅଧର୍ମର ମୂଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;

19ଆଉ, ଏହା ଯିରୂଶାଲମ ସହରରେ ବାସ କରୁଥିବା ସମସ୍ତ ଲୋକ ଜାଣିବାରୁ, ସେହି କ୍ଷେତ ସେମାନଙ୍କ ନିଜ ଭାଷାରେ “ହକଲ୍‌ଦମା”, ଅର୍ଥାତ୍‍ ରକ୍ତକ୍ଷେତ୍ର ବୋଲି ଖ୍ୟାତ ହେଲା।

20ଆଉ, ଗୀତସଂହିତା ପୁସ୍ତକରେ ଲେଖାଅଛି, “‘ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ।’ ଏବଂ, ‘ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ।’

21ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ,

22ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.