ପ୍ରେରିତ 1

କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”

Acts 1:5 (UKJV) For John truly baptized with water; but all of you shall be baptized with the Holy Spirit not many days behind.

3ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟଗୁଡ଼ିକ କହିଲେ।

4ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ଯିରୂଶାଲମ ସହରରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋʼଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;

5କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”

6ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; “ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି?”

7ସେ ସେମାନଙ୍କୁ କହିଲେ, “ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତା ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.