4ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ଯିରୂଶାଲମ ସହରରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋʼଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;
5କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”
6ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; “ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି?”
7ସେ ସେମାନଙ୍କୁ କହିଲେ, “ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତା ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ।
8କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”