ପ୍ରେରିତ 1

ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା।

Acts 1:9 (UKJV) And when he had spoken these things, while they beheld, he was taken up; and a cloud received him out of their sight.

7ସେ ସେମାନଙ୍କୁ କହିଲେ, “ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତା ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ।

8କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”

9ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା।

10ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,

11ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.