1କାଇସରିୟା ସହରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତ-ସେନାପତି ଥିଲେ;
2ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ବରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।
3ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ବରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।