12ସେଥିରେ ପୃଥିବୀର ସବୁପ୍ରକାର ଚାରିଗୋଡ଼ିଆ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି।
13ଆଉ, ତାହାଙ୍କ ପ୍ରତି ଏହି ବାଣୀ ହେଲା, “ହେ ପିତର, ଉଠ, ବଧ କରି ଖାଅ।”
14କିନ୍ତୁ ପିତର କହିଲେ, ନାହିଁ, ପ୍ରଭୁ, ମୁଁ କେବେହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଖାଇ ନାହିଁ।
15ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ।”
16ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା।