17ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କଅଣ, ତାହା ଭାବି ସେ ଅବାକ୍ ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ୱାର ନିକଟରେ ଠିଆ ହୋଇ,
18ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ୱରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ।
19ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି।
20ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ।
21ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କଅଣ?