18ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ୱରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ।
19ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି।
20ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ।
21ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କଅଣ?
22ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତ-ସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ବରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୁଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି।