ପ୍ରେରିତ 10

ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କଅଣ?

Acts 10:21 (UKJV) Then Peter went down to the men which were sent unto him from Cornelius; and said, Behold, I am he whom all of you seek: what is the cause wherefore all of you are come?

19ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି।

20ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ।

21ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କଅଣ?

22ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତ-ସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ବରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୁଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି।

23ସେଥିରେ ସେ ସେମାନଙ୍କୁ ଭିତରକୁ ଡାକି ନେଇ ସେମାନଙ୍କର ଆତିଥ୍ୟ କଲେ। ତହିଁ ଆରଦିନ ସେ ଉଠି ସେମାନଙ୍କ ସହିତ ପ୍ରସ୍ଥାନ କଲେ, ପୁଣି, ଯାଫୋ ସହରନିବାସୀ ଭାଇମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କ ସାଙ୍ଗରେ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.