24ପରଦିନ ସେମାନେ କାଇସରିୟାରେ ପ୍ରବେଶ କଲେ, ଆଉ କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ।
25ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାହାଙ୍କୁ ଭେଟି ଚରଣ ତଳେ ପଡ଼ି ତାହାଙ୍କୁ ପ୍ରଣାମ କଲେ।
26କିନ୍ତୁ ପିତର ତାହାଙ୍କୁ ଉଠାଇ କହିଲେ, ଠିଆ ହୁଅ; ମୁଁ ମଧ୍ୟ ଜଣେ ମନୁଷ୍ୟ।
27ସେଥିରେ ସେ ତାହାଙ୍କ ସାଙ୍ଗରେ ଆଳାପ କରୁ କରୁ ଭିତରକୁ ଯାଇ ଦେଖିଲେ, ଅନେକ ଲୋକ ଏକତ୍ରିତ ହୋଇଅଛନ୍ତି,
28ଆଉ ସେ ସେମାନଙ୍କୁ କହିଲେ, କୌଣସି ଅଣଯିହୁଦୀ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ବର ମୋତେ ଦେଖାଇଅଛନ୍ତି।