28ଆଉ ସେ ସେମାନଙ୍କୁ କହିଲେ, କୌଣସି ଅଣଯିହୁଦୀ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ବର ମୋତେ ଦେଖାଇଅଛନ୍ତି।
29ସେଥିପାଇଁ ମୋତେ ଆହ୍ୱାନ କରାଯିବା ମାତ୍ରେ ମୁଁ ମଧ୍ୟ ଆପତ୍ତି ନ କରି ଆସିଲି। ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି?
30କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,
31ପୁଣି, ତୁମ୍ଭର ଦାନସବୁ ଈଶ୍ବରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି।
32ଅତଏବ ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରକଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି।