32ଅତଏବ ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରକଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି।
33ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।
34ସେଥିରେ ପିତର ମୁଖ ଫିଟାଇ କହିଲେ, ପ୍ରକୃତରେ ବର୍ତ୍ତମାନ ମୁଁ ଜାଣିଲି ଯେ ଈଶ୍ବର ପକ୍ଷପାତ କରନ୍ତି ନାହିଁ,
35କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି।
36ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।