34ସେଥିରେ ପିତର ମୁଖ ଫିଟାଇ କହିଲେ, ପ୍ରକୃତରେ ବର୍ତ୍ତମାନ ମୁଁ ଜାଣିଲି ଯେ ଈଶ୍ବର ପକ୍ଷପାତ କରନ୍ତି ନାହିଁ,
35କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି।
36ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।
37ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ଦ୍ୱାରା ପ୍ରଚାରିତ ବାପ୍ତିସ୍ମ ସମୟ ପରେ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ପ୍ରଚାରିତ ହୋଇଅଛି,
38ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।