37ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ଦ୍ୱାରା ପ୍ରଚାରିତ ବାପ୍ତିସ୍ମ ସମୟ ପରେ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ପ୍ରଚାରିତ ହୋଇଅଛି,
38ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।
39ପୁଣି, ସେ ଯିହୁଦୀମାନଙ୍କ ଦେଶ ଓ ଯିରୂଶାଲମ ସହରରେ ଯାହା ଯାହା ସାଧନ କଲେ, ଆମ୍ଭେମାନେ ସେହି ସମସ୍ତର ସାକ୍ଷୀ; ତାହାଙ୍କୁ ସେମାନେ କ୍ରୁଶରେ ଟଙ୍ଗାଇ ବଧ କଲେ।
40ତାହାଙ୍କୁ ଈଶ୍ବର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;
41ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ବରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ। ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,