ପ୍ରେରିତ 10

ତାହାଙ୍କୁ ଈଶ୍ବର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;

Acts 10:40 (UKJV) Him God raised up the third day, and showed him openly;

38ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।

39ପୁଣି, ସେ ଯିହୁଦୀମାନଙ୍କ ଦେଶ ଓ ଯିରୂଶାଲମ ସହରରେ ଯାହା ଯାହା ସାଧନ କଲେ, ଆମ୍ଭେମାନେ ସେହି ସମସ୍ତର ସାକ୍ଷୀ; ତାହାଙ୍କୁ ସେମାନେ କ୍ରୁଶରେ ଟଙ୍ଗାଇ ବଧ କଲେ।

40ତାହାଙ୍କୁ ଈଶ୍ବର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;

41ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ବରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ। ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,

42ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ବର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.