40ତାହାଙ୍କୁ ଈଶ୍ବର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;
41ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ବରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ। ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
42ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ବର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ।
43ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।
44ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ।