45ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୁଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;
46କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ବରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ।
47ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ କରିଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କଅଣ କେହି ଜଳକୁ ନିଷେଧ କରିପାରିବ?
48ପୁଣି, ସେ ସେମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବା ନିମନ୍ତେ ଆଦେଶ ଦେଲେ। ପରେ ସେମାନେ କିଛି ଦିନ ରହିବା ପାଇଁ ତାହାଙ୍କୁ ଅନୁରୋଧ କଲେ।