4ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କଅଣ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ବରଙ୍କ ଛାମୁରେ ଉଠିଅଛି।
5ଏବେ ତୁମ୍ଭେ ଯାଫୋ ସହରକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର;
6ସେ ଶିମୋନ ନାମକ ଜଣେ ଚର୍ମକାରକଙ୍କ ଅତିଥି ସ୍ୱରୂପେ ବାସ କରୁଅଛନ୍ତି, ତାହାଙ୍କ ଘର ସମୁଦ୍ରକୂଳରେ।
7ତାହାଙ୍କ ସାଙ୍ଗରେ କଥା କହୁଥିବା ଦୂତ ଗଲା ପରେ ସେ ଆପଣା ଗୃହର ଦାସମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ, ପୁଣି, ତାହାଙ୍କର ସେବା କରୁଥିବା ସୈନ୍ୟମାନଙ୍କ ମଧ୍ୟରୁ ଜଣେ ଭକ୍ତ ସୈନ୍ୟକୁ ଡାକିଲେ,
8ଆଉ ସେମାନଙ୍କୁ ସମସ୍ତ କଥା ବୁଝାଇ ଯାଫୋ ସହରକୁ ପଠାଇଲେ।