9କିନ୍ତୁ ଦ୍ୱିତୀୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ।”
10ଏହି ପ୍ରକାରେ ତିନି ଥର ହେଲା, ପରେ ସମସ୍ତ ପୁନର୍ବାର ଆକାଶକୁ ନିଆଗଲା।
11ପୁଣି, ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିୟାରୁ ମୋ ନିକଟକୁ ପ୍ରେରିତ ହୋଇଥିଲେ।
12ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ। ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ।
13ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;