11ପୁଣି, ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିୟାରୁ ମୋ ନିକଟକୁ ପ୍ରେରିତ ହୋଇଥିଲେ।
12ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ। ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ।
13ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;
14ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହିସବୁ କହିବେ।
15ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲା ପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ।