14ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହିସବୁ କହିବେ।
15ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲା ପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ।
16ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, “ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”
17ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ବର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ବରଙ୍କୁ ପ୍ରତିରୋଧ କରିପାରିଥାନ୍ତି?
18ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି।