ପ୍ରେରିତ 11

ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ।

Acts 11:21 (UKJV) And the hand of the Lord was with them: and a great number believed, and turned unto the Lord.

19ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନୀକିଆ ଅଞ୍ଚଳ, ସାଇପ୍ରସ୍ ଦ୍ୱୀପ ଓ ଆନ୍ତିୟଖିଆ ସହର ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।

20କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।

21ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ।

22ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ।

23ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.