24କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ। ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ।
25ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ,
26ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ।
27ସେହି ସମୟରେ କେତେକ ଜଣ ଭାବବାଦୀ ଯିରୂଶାଲମ ସହରରୁ ଆନ୍ତିୟଖିଆକୁ ଆସିଲେ।
28ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।