ପ୍ରେରିତ 11

ତୁମ୍ଭେ ଅସୁନ୍ନତି ବିଶ୍ୱାସୀମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ।

Acts 11:3 (UKJV) Saying, You went in to men uncircumcised, and did eat with them.

1ଅଣଯିହୁଦୀମାନେ ମଧ୍ୟ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦିୟା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ।

2ଆଉ, ଯେତେବେଳେ ପିତର ଯିରୂଶାଲମ ସହରକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାହାଙ୍କ ସହିତ ବିବାଦ କରି କହିଲେ,

3ତୁମ୍ଭେ ଅସୁନ୍ନତି ବିଶ୍ୱାସୀମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ।

4କିନ୍ତୁ ପିତର ବିଷୟଟିର ସବୁ କଥା ବୁଝାଇବାକୁ ଆରମ୍ଭ କରି କହିଲେ,

5ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.