28ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।
29ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,
30ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।