2ଆଉ, ଯେତେବେଳେ ପିତର ଯିରୂଶାଲମ ସହରକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାହାଙ୍କ ସହିତ ବିବାଦ କରି କହିଲେ,
3ତୁମ୍ଭେ ଅସୁନ୍ନତି ବିଶ୍ୱାସୀମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ।
4କିନ୍ତୁ ପିତର ବିଷୟଟିର ସବୁ କଥା ବୁଝାଇବାକୁ ଆରମ୍ଭ କରି କହିଲେ,
5ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,
6ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟ-ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,