6ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟ-ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,
7ପୁଣି, ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି, “ହେ ପିତର, ଉଠ, ବଧ କରି ଭୋଜନ କର।”
8କିନ୍ତୁ ମୁଁ କହିଲି, ନାହିଁ ପ୍ରଭୁ, ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ।
9କିନ୍ତୁ ଦ୍ୱିତୀୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ।”
10ଏହି ପ୍ରକାରେ ତିନି ଥର ହେଲା, ପରେ ସମସ୍ତ ପୁନର୍ବାର ଆକାଶକୁ ନିଆଗଲା।