1ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ।
2ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ବଧ କଲେ।
3ଆଉ ଯିହୁଦୀ ନେତାମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ। ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା।