11ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।
12ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ।
13ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା।
14ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା।
15ସେମାନେ ତାହାକୁ କହିଲେ, ତୁ ବାୟାଣୀ। କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା। ସେମାନେ କହିଲେ, ଏ ତାଙ୍କର ଦୂତ।