14ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା।
15ସେମାନେ ତାହାକୁ କହିଲେ, ତୁ ବାୟାଣୀ। କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା। ସେମାନେ କହିଲେ, ଏ ତାଙ୍କର ଦୂତ।
16କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ।
17କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।
18ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା।