16କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ।
17କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।
18ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା।
19ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ। ପରେ ସେ ଯିହୂଦିୟା ପ୍ରଦେଶରୁ କାଇସରିୟା ସହରକୁ ଯାଇ ସେଠାରେ ରହିଲେ।
20ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।