ପ୍ରେରିତ 12

ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;

Acts 12:21 (UKJV) And upon a set day Herod, arrayed in royal apparel, sat upon his throne, and made an oration unto them.

19ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ। ପରେ ସେ ଯିହୂଦିୟା ପ୍ରଦେଶରୁ କାଇସରିୟା ସହରକୁ ଯାଇ ସେଠାରେ ରହିଲେ।

20ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।

21ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;

22ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ।

23ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.