21ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;
22ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ।
23ତତ୍କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।
24କିନ୍ତୁ ଈଶ୍ବରଙ୍କ ବାକ୍ୟ ବୃଦ୍ଧି ପାଇ ଅଧିକ ବ୍ୟାପିବାକୁ ଲାଗିଲା।
25ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମ ସହରରୁ ବାହୁଡ଼ିଗଲେ।