ପ୍ରେରିତ 12

ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ।

Acts 12:6 (UKJV) And when Herod would have brought him forth, the same night Peter was sleeping between two soldiers, bound with two chains: and the keepers before the door kept the prison.

4ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ।

5ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।

6ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ।

7ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା।

8ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.